120
ସାହାଯ୍ୟ ପ୍ରାର୍ଥନା
ଆରୋହଣ ଗୀତ।
ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି,
ତହିଁରେ ସେ ମୋତେ ଉତ୍ତର ଦେଲେ।
ହେ ସଦାପ୍ରଭୋ, ମିଥ୍ୟାବାଦୀ ଓଷ୍ଠାଧରରୁ
ଓ ପ୍ରବଞ୍ଚକ ଜିହ୍ୱାରୁ ମୋʼ ପ୍ରାଣକୁ ଉଦ୍ଧାର କର।
ହେ ପ୍ରବଞ୍ଚକ ଜିହ୍ୱେ,
ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ?
ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର ସହ ଦଣ୍ଡ ଦେବେ।
ହାୟ, ହାୟ, ମୁଁ ମେଶକ୍‍ରେ ପ୍ରବାସ କରେ।
ମୁଁ କେଦାରର ତମ୍ବୁସମୂହ ମଧ୍ୟରେ ବାସ କରେ।
ଶାନ୍ତି ଘୃଣାକାରୀ ଲୋକ ସହିତ
ମୋʼ ପ୍ରାଣ ଦୀର୍ଘ କାଳ ବାସ କରିଅଛି।
ମୁଁ ଶାନ୍ତି ଚାହେଁ;
ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି।