129
ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
ଇସ୍ରାଏଲର ଶତ୍ରୁମାନଙ୍କ ବିରୁଦ୍ଧରେ ପ୍ରାର୍ଥନା
ଆରୋହଣ ଗୀତ।
“ମୋʼ ଯୌବନଠାରୁ ମୋʼ ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି,
ଇସ୍ରାଏଲ ଏବେ କୁହନ୍ତୁ;
ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି;
ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି।
କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ;
ସେମାନେ ଲମ୍ବ ଲମ୍ବ ଶିଆର କଲେ।”
ସଦାପ୍ରଭୁ ଧର୍ମମୟ;
ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି।*
ସିୟୋନକୁ ଘୃଣା କରିବା
ଲୋକ ସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ।
ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ,
ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;
ଯଦ୍ଦ୍ୱାରା କଟାଳି ଆପଣା ହସ୍ତ,
ଅବା ବିଡ଼ାବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।
“କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ,
ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,”
ଏହା ପଥିକମାନେ କହନ୍ତି ନାହିଁ।
* 129:4 ଅର୍ଥାତ୍ ସେ ଦୁଷ୍ଟମାନଙ୍କ ରଜ୍ଜୁ ଛେଦନ କରିଅଛନ୍ତି।