2
ଜ୍ଞାନର ପୁରସ୍କାର
ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋʼ କଥା ଗ୍ରହଣ କର
ଓ ମୋʼ ଆଜ୍ଞାସବୁ ମନରେ ରଖ;
ଯଦି ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର
ଓ ବୁଦ୍ଧିରେ ମନୋନିବେଶ କର;
ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ
ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର;
ଯଦି ରୂପା ନ୍ୟାୟ ତାକୁ ଖୋଜ
ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର;
ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ
ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।
ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି,
ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି,
ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।
ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ
ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ।
ତହୁଁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ୟାୟ
ଓ ମଙ୍ଗଳର ସମସ୍ତ ପଥ ଜାଣିବ।
10 କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ,
ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;
11 ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ,
ବୁଦ୍ଧି ତୁମ୍ଭକୁ ରକ୍ଷା କରିବ।
12 ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି,
13 ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ
ସରଳ ମାର୍ଗ ପରିତ୍ୟାଗ କରନ୍ତି;
14 ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ
ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ;
15 ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ
ଓ ଆପଣା ଆପଣା ପଥରେ ବକ୍ରଗାମୀ,
ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ।
16 ଆଉ, ଯେଉଁ ପରସ୍ତ୍ରୀ* ଅର୍ଥାତ୍‍ ବେଶ୍ୟା ଚାଟୁବାଦିନୀ, ଯେ ଆପଣା ଯୌବନ କାଳର ମିତ୍ରକୁ ଅର୍ଥାତ୍‍ ତାହାର ସ୍ବାମୀକୁ ତ୍ୟାଗ କରି
ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ,
17 ଯାହାର ଗୃହ ମୃତ୍ୟୁୁ ଆଡ଼େ
18 ଓ ଯାହାର ପଥ ପରଲୋକ ଆଡ଼େ ଯାଏ,
ଯାହା ନିକଟକୁ ଗମନ କଲେ ନିକଟକୁ ଗମନ କଲେ ଅର୍ଥାତ୍‍ ଶୟନ କରିବାକୁ କେହି ଫେରି ଆସେ ନାହିଁ
ଓ ଜୀବନର ପଥ ଆଉ ଧରେ ନାହିଁ,
19 ଏପରି ପରସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ।
20 ଏନିମନ୍ତେ ତୁମ୍ଭେ ସତ୍‍ଲୋକମାନଙ୍କ ମାର୍ଗରେ ଗମନ କର
ଓ ଧାର୍ମିକମାନଙ୍କ ପଥ ଅବଲମ୍ବନ କର,
21 ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ,
ପୁଣି, ସିଦ୍ଧ ଲୋକମାନେ ତହିଁରେ ସୁସ୍ଥିର ରହିବେ।
22 ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ
ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ।

*2:16 ଅର୍ଥାତ୍‍ ବେଶ୍ୟା

2:16 ଅର୍ଥାତ୍‍ ତାହାର ସ୍ବାମୀକୁ

2:18 ନିକଟକୁ ଗମନ କଲେ ଅର୍ଥାତ୍‍ ଶୟନ କରିବାକୁ