2
ସଦାପ୍ରଭୁଙ୍କ ମନୋନୀତ ରାଜା
ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି;
ଜନବୃନ୍ଦ କାହିଁକି ବୃଥାରେ ଷଡ଼ଯନ୍ତ୍ର କରନ୍ତି?
ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ
ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି
ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,
“ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ଡାଇ ପକାଉ
ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରିଦେଉ।”
ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ;
ପ୍ରଭୁ ସେମାନଙ୍କୁ ପରିହାସ କରିବେ।
ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ
ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ;
“ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ
ସିୟୋନରେ ସ୍ଥାପନ କରିଅଛି।”
ମୁଁ ସେହି ବିଧାନ ପ୍ରଚାର କରିବି;
ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର;
ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।
ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର
ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର
ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା।
ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ;
ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।”
10 ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ
ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର।
11 ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର।
12 ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ,
କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ।
ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେସମସ୍ତେ ଧନ୍ୟ।