3
ପ୍ରଭାତକାଳୀନ ପ୍ରାର୍ଥନା
ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ।
 
ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି।
ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ।
ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ୱରଙ୍କ
ନିକଟରେ ତାହା ପାଇଁ ପରିତ୍ରାଣ* ପରିତ୍ରାଣ କିମ୍ବା ସାହାଯ୍ୟ ନାହିଁ।
[ସେଲା]
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ;
ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ।
ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ,
ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି।
[ସେଲା]
ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି;
କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି।
ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ
ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ।
ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର।
କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ;
ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।
ପରିତ୍ରାଣ ପରିତ୍ରାଣ କିମ୍ବା ବିଜୟ ସଦାପ୍ରଭୁଙ୍କର ଅଧିକାର;
ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ।
[ସେଲା]

*3:2 ପରିତ୍ରାଣ କିମ୍ବା ସାହାଯ୍ୟ

3:8 ପରିତ୍ରାଣ କିମ୍ବା ବିଜୟ