125
ସଦାପ୍ରଭୁଙ୍କ ଲୋକମାନଙ୍କର ନିରାପତ୍ତା
ଆରୋହଣ ଗୀତ।
ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି,
ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।
ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ,
ସେପରି ଆଜିଠାରୁ ସଦାକାଳ
ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି।
କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ,
ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ।
ହେ ସଦାପ୍ରଭୋ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ
ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର।
ମାତ୍ର ଯେଉଁମାନେ ଆପଣା ଆପଣା ବକ୍ର ପଥରେ ବିପଥଗାମୀ ହୁଅନ୍ତି,
ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ।
ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।