131
ନିର୍ଭରଶୀଳ ହେବା ପାଇଁ ପ୍ରାର୍ଥନା
ଆରୋହଣ ଗୀତ; ଦାଉଦଙ୍କ ରଚିତ।
ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୃଷ୍ଟି ଗର୍ବୀ ନୁହେଁ;
କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ,
ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ।
ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି,
ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି;
ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି।
ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ
ସଦାପ୍ରଭୁଙ୍କଠାରେ ଭରସା ରଖ।