134
ସଦାପ୍ରଭୁଙ୍କ ସ୍ତୁତିଗାନ
ଆରୋହଣ ଗୀତ।
ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ,
ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ
ଓ ସଦାପ୍ରଭୁଙ୍କର ଧନ୍ୟବାଦ କର।
ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା
ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।