43
ନିର୍ବାସିତର ପ୍ରାର୍ଥନା (2)
ହେ ପରମେଶ୍ୱର, ମୋହର ବିଚାର କର
ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର;
ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର।
କାରଣ ତୁମ୍ଭେ ହିଁ ମୋହର ବଳଦାତା ପରମେଶ୍ୱର ଅଟ;
ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ?
ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି?
ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ;
ତାହା ମୋହର ପଥଦର୍ଶକ ହେଉ;
ତାହା ତୁମ୍ଭ ପବିତ୍ର ପର୍ବତରେ
ଓ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ।
ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର
ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି;
ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ
ବୀଣା ଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି।
ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ?
ଓ ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ?
ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର
ତାହାଙ୍କର ପ୍ରଶଂସା କରିବି,
ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।